ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ, କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ

Published By : Prameya-News7 Bureau | March 15, 2025 IST

ମେଷ- ଆପଣ ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ଆପଣଙ୍କ ବିବାହିତ ଜୀବନ ଖୁସି ହେବ । ଆପଣ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ । ଛାତ୍ରମାନେ ଭଲ ଫଳାଫଳ ପାଇବେ ।  

ବୃଷ - ଅଧିକ ବ୍ୟୟର ଯୋଗ ରହିଛି । ମନ ଅସୁବିଧାରେ ପଡ଼ିବ । କ୍ରୋଧରୁ ଦୂରେଇ ରୁହନ୍ତୁ ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁଙ୍କ ସାହାଯ୍ୟରେ ସମ୍ପତ୍ତିରୁ ଧନ ପ୍ରାପ୍ତ ହୋଇପାରିବ । ବିଦ୍ୟାର୍ଥୀମାନେ ମିଶ୍ର ଫଳ ପ୍ରାପ୍ତ କରିବେ । 

ମିଥୁନ- କିଛି ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେବ । ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ହେବ । ଅତ୍ୟଧିକ ପରିଶ୍ରମ ସ୍ୱାସ୍ଥ୍ୟକୁ ନଷ୍ଟ କରିପାରେ । ଟଙ୍କା କାରବାରରେ ସାବଧାନ ରୁହନ୍ତୁ । 

କର୍କଟ - ଅଧିକ ଆୟର ଯୋଗ ରହିଛି । ଦିନଟି ଆପଣଙ୍କୁ ଉତ୍ତମ ଫଳ ଦେବ । ଅର୍ଥ ନିବେଶ ପାଇଁ ଦିନଟି ଖୁବ୍ ଭଲ ରହିଛି । ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେଇ ପାରେ । ଦାମ୍ପତ୍ୟ ଜୀବନ ସୁଖ ମୟ ହେବ । ଚାକିରି କ୍ଷେତ୍ରରେ ନୂତନ ପଦବୀ ମିଳିପାରେ । 

ସିଂହ - କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ । ଆଜି ଦିନଟିରେ ଆପଣ ଦୃଢ଼ ମନା ହୋଇ କାର୍ଯ୍ୟ କରିବେ । ଅଟକିଥିବା କାର୍ଯ୍ୟ ନିଶ୍ଚିତ ଭାବେ ସଂପୂର୍ଣ୍ଣ ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ଯାହା ଆପଣଙ୍କ ପାଇଁ ମଧ୍ୟ ଲାଭଦାୟକ ପ୍ରମାଣିତ ହେବ ।

କନ୍ୟା - ଦାନ ଧର୍ମ କରି ଦିନଟି କଟିବ । ମନରେ ସାମାନ୍ୟ ବିଷାଦ ସୃଷ୍ଟି ହୋଇ ପାରେ । ମନ ଖୁସି ହେବ, କିନ୍ତୁ ଧର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ଆପଣ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ । 

ତୁଳା - ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ । ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇ ଖୁସି ହେବେ । ପରିବାରର ସହଯୋଗ ମିଳିବ । ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇ ପାରନ୍ତି । ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ ହେବ ।  

ବିଛା - ଆଜି ଆପଣ ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ଆପଣଙ୍କ ବିବାହିତ ଜୀବନ ଖୁସି ହେବ । ଆପଣ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ । ଛାତ୍ରମାନେ ଭଲ ଫଳାଫଳ ପାଇବେ | 

ଧନୁ - ମାନହାନି ହେବାର ସମ୍ଭାବନା ରହିଛି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ଦିନରେ କିଛି ବାଧା ବିଘ୍ନ ଦେଖା ଦେଇ ପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ । 

ମକର - ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ । ଆର୍ଥିକ ସ୍ଥିତି ଠିକ ରହିବ ନାହିଁ । ଆଜି ଆପଣ ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି । ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ଦିନଟି ବ୍ୟସ୍ତ ବହୁଳତା ରେ କଟିବ । ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ । 

କୁମ୍ଭ - ସୁଖ ସମ୍ମାନ ଲାଭ ହେବ । ଭାବପ୍ରବଣତାକୁ ନେଇ କୌଣସି ନିଷ୍ପତ୍ତି ନିଅ ନାହିଁ । ପିଲାମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ରମାନଙ୍କ ପାଇଁ ସମୟ ଭଲ ରହିବ । ସ୍ୱାସ୍ଥ୍ୟ ମଧ୍ୟମ ରହିବ । ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ । 

ମୀନ - ଧନ କ୍ଷୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଅଙ୍ଗରେ ଆଘାତ ଲାଗିପାରେ । କର୍ମ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖା ଦେଇ ପାରେ । ଅଧିକ ପରିଶ୍ରମ ଯୋଗୁଁ ଆଳସ୍ୟର ବଶବର୍ତ୍ତୀ ହେବେ ହେଲେ ମଧ୍ୟ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । 

          ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ                            

            ଯୋଗାଯୋଗ - 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.