AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପିତା, ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ, ଧନାଗମର ସୂଚନା ମିଳିବାରେ

18/12/2022 at 8:29 PM

ମେଷ – ପଡୋଶୀଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ ସୁଯୋଗ ପାଇବେ। ବନ୍ଧୁମିଳନ ସାଙ୍ଗକୁ ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ  କରିପାରନ୍ତି। ପିତା,ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

 ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଆଲୋଚନା ପରିପ୍ରେକ୍ଷୀରେ ପରିବାର ସଦସ୍ୟଙ୍କ ସହ ଏକମତ ହେବେ । ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ସେପରି କିଛି ହେବ ନାହିଁ ।ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- ଜଳଯାତ୍ରା ମନା ।

 ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମିଥୁନ – କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ ।କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କରି ପରିବେଶକୁ ଗମ୍ଭୀର କରିଦେଇ ପାରନ୍ତି । ଅଧିକ ପରିଶ୍ରମ କରି ଉନ୍ନତିର ସୋପାନ ଚଢିବେ। ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

 ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ-ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍ ପାଇବ । ପୁନଶ୍ଚ ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ।  ପ୍ରତ୍ୟେକ କାର୍ଯ୍ୟରେ ସୁଖ ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ – ରାସ୍ଥାରେ ଅପରିଚିତ ଲୋକ ଚିନ୍ତାର କାରଣ ହୋଇପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ଆଶା କରୁଥିବା ସାହାର୍ଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବବ ବିସ୍ତାର କରିବେ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଯଶସ୍ୱୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କନ୍ୟା – ଯେତେ ଭଲ କାମ କଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ ।ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ। ଆକସ୍ମିକ ଭାବେ ଧନ ଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । କନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ତୁଳା – ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରର ବିବଦମାନ ପରିସ୍ଥିତି କ୍ରମଶଃ ବଦଳିଯିବ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ ।କାର୍ଯ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ଯ୍ୟ କରି କଷ୍ଟ ସହିବାକୁ ପଡିବ, ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟରୁ ଲାଭ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

 ଗୃହିଣୀ- ଧାର୍ମିକ ହେବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ – ଛୋଟ ଜାତିର ବ୍ୟକ୍ତିଙ୍କ ସହ କଳହ,ହକି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ । ଆଲୋଚନା ପରିସରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।ଯାତ୍ରା କାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭ ଚିନ୍ତକମାନଙ୍କ ସହାୟତା ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

 ଗୃହିଣୀ- ସୁଖଭାରା ଦିନଟି ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର – ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି । ସାବଧାନ ରହନ୍ତୁ ନତୁବା, ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ । ଶୁଭ ରଙ୍ଗ  ଧଳା । ଶୁଭ ଅଙ୍କ ୯ ।

 ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ – ବନ୍ଧୁଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ସମ୍ଭାବନାକୁ ଏଡାଇ ହେବ ନାହିଁ ।କଠୋର ଶ୍ରମ ଓ ଭ୍ରମଣଜନିତ ସ୍ୱାସ୍ଥ୍ୟହାନି ଚିନ୍ତାର କାରଣ ହୋଇପାରେ ।ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହମୁକ୍ତ ରହିବା ଆପଣଙ୍କ ପକ୍ଷେ ଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ – ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ମାଙ୍ଗଳିକ କାମରେ ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି ।ଯାତ୍ରାକାଳୀନ ସତର୍କତା ଏକାନ୍ତ ଜରୁରୀ । କାର୍ଯ୍ୟକ୍ଷେତ୍ରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts