oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଲଗାଣ ବର୍ଷାରେ ବେହାଲ ହେଲା କୋଟପାଡ଼; ବନ୍ୟାପାଇଁ ଜଳବନ୍ଦୀ ହୋଇ ରହିଛି ଅନେକ ଗାଁ

16/08/2022 at 11:37 PM

କୋଟପାଡ଼ ୧୬/୦୮: ଲଗାଣ ବର୍ଷା ପାଇଁ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଅନେକ ଗାଁରେ ଏବେ ବନ୍ୟା ପରିସ୍ଥିତି ଉପୁଜିଛି। ତଳିଆ ଅଞ୍ଚଳରେ ଥିବା ଗାଁଗୁଡିକ ଏବେ ପୁରା ଜଳ ମଗ୍ନ ହୋଇ ରହିଛି।  ସୁତିପଦର, ସଡରଙ୍ଗା, ଚାନ୍ଦିଲି ପଞ୍ଚାୟତର ଅନେକ ଗାଁରେ ୨ ଦିନ ହେଲା ବନ୍ୟା ପାଣି ପଶି ରହିଛି। ଫଳରେ ଗୃହପାଳିତ ପଶୁଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକ ସମସ୍ତେ ଏବେଜଳ ବନ୍ଦୀ ହୋଇଛନ୍ତି।

ଜିଲ୍ଲା ପ୍ରଶାସନ ପକ୍ଷରୁ ଡାକ୍ତରୀ ଟିମ ଏହି ସମସ୍ତ ଅଞ୍ଚଳ ବୁଲି ଦେଖିବା ସହିତ ସ୍ଥିତି ସମୀକ୍ଷା କରିଛନ୍ତି। ପାଣି ଘେରରେ ଥିବା ଲୋକଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟା ଯାଉଛି। ସ୍ଥାନୀୟ ବିଧାୟକ ପଦ୍ମିନୀ ଦିଆନ, ପୂର୍ବତନ ବିଧାୟକ ଚନ୍ଦ୍ର ଶେଖର ମାଝୀ ମଧ୍ୟ ବନ୍ୟାଞ୍ଚଳଗ୍ରସ୍ତ ଗାଁଗୁଡ଼ିକ ବୁଲି ପାଣି ଘରରେ ଥିବା ସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟାପାଇଁ ଚାଷ ଜମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ୟାର ସମ୍ପୂର୍ଣ୍ଣ ସ୍ଥିତି ଉପରେ ନଜର ରଖାଯାଇଛି।

   Related Posts