ନୂଆଦିଲ୍ଲୀ: "କୁମକୁମ ଭାଗ୍ୟ"ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ତାଙ୍କ ନାଲାସୋପାରା ବାସଭବନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆତ୍ମହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, ସ୍ଥାନୀୟ ଆଚୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ଅଧିକ ତଦନ୍ତ ଆରମ୍ଭ କରିଛି ।