scan steel
web-baneer-728x90
WhatsApp Image 2023-12-06 at 12.52.17
krs-728-90-banner english-2
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଓଡ଼ିଶାକୁ ଭୂସ୍ଖଳନ ସମ୍ଭାବନା, ୫ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

18/07/2023 at 4:18 PM

ଭୁବନେଶ୍ୱର ୧୮/୦୭: ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା । ଏନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଦେଖାଦେଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ ।

ତଳିଆ ଅଞ୍ଚଳରେ ପାଣି ଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ଅଧିକ ରହିଛି । ସୂଚନା ଥାଉକି ଦେଶରେ ବିଭିନ୍ନ ସ୍ଥାନରେ ଜାରି ରହିଛି ଭୂସ୍ଖଳନ ଭଳି ସ୍ଥିତି । ବିଭିନ୍ନ ସ୍ଥାନରେ ଜନଜୀବନ ଠପ୍ ହୋଇଛି । ଏପରିକି ଜୀବନ ନେଇଛି ଭୂ-ସ୍ଖଳନ । ବିଶେକରି ଉତ୍ତରାଖଣ୍ଡରେ ଅନେକ ଧନଜୀବନ ନେଇଛି ଭୂସ୍ଖଳନ ।

ସୂଚନା ଥାଉକି, ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି , ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

you can also read..

   Related Posts