ଘରୋଇ ଶିକ୍ଷାନୁଷ୍ଠାନରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ,ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ

Published By : Prameya-News7 Bureau | May 02, 2025 IST

ଭୁବନେଶ୍ବର ୦୨/୦୫: ରାଜଧାନୀର ଏକ ଘରୋଇ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି ଘଟଣାର ପୋଲିସ ବିଭାଗ ଯାହା କରିବା କଥା କରିଛି । ଘଟଣାର ତଦନ୍ତ ଆରମ୍ଭ ହୋଇଛି । ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ନେଇ ବିଚାର କରିବେ ସରକାର । 

ଗୁରୁବାର ଇନଫୋସିଟି ଅଧୀନରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା । ମୃତ ଛାତ୍ରୀ ଜଣକ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବ୍ୟାଚରେ ପଢୁଥିଲେ । ତେବେ ଗୁରୁବାର ହଷ୍ଟେଲରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା  । ଏ ପର୍ଯ୍ୟନ୍ତ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବାବେଳେ ଇନଫୋସିଟି ପୋଲିସ ଛାନ୍‌ଭିନ୍‌ ଜାରି ରଖିଛି । ଘଟଣାଦିନ ଡିସିପି,ସିପି ଓ ଉପଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ । କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । 


ତଥ୍ୟ ମୁତାବକ ଗତ ଫେବ୍ରୁଆରୀ ମାସରେ ସେହି ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ । ଘଟଣାକୁ ନେଇ ସାରା ଦେଶରେ ଆଲୋଡନ ସୃଷ୍ଟି ହୋଇଥିଲା । ତଦନ୍ତର ଜଣାପଡିଥିଲା ଛାତ୍ରୀ ଜଣକ ଜଣେ ସହପାଠୀଙ୍କ ଦ୍ବାରା ଉତ୍ପୀଡନର ଶିକାର ହୋଇଥିଲେ । ଛାତ୍ରୀ ଜଣକ ପୂର୍ବରୁ ଏ ସଂପର୍କରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା । ଜାତୀୟ ମାନବାଧିକାର ଆୟୋଗ ମଧ୍ୟ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଗୁରୁତର ଅବହେଳା କହିଥିଲେ । 

  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.