ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଟିକା ପାଇଁ ପ୍ରସ୍ତୁତ ରୁହ, ସମସ୍ତ ଜିଲ୍ଲାପାଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

23/12/2020 at 8:19 AM

ଭୁବନେଶ୍ୱର ୨୩।୧୨: ସାରା ରାଜ୍ୟରେ କୋଭିଡ଼ ସ୍ଥିତି ନିୟନ୍ତ୍ରଣରେ ରହିଛି । ତେବେ ଆଗାମୀ ଦିନରେ କୋଭିଡ୍ ଟିକାକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ପ୍ରସ୍ତୁତ ରହିବା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଲୋକସେବା ଭବନରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କୋଭିଡ୍ ଟିକାକରଣ ପାଇଁ ରାଜ୍ୟ ଷ୍ଟିୟରିଂ କମିଟିର ବୈଠକ ବସିଥିଲା। କୋଭିଡ୍ ଟିକାକରଣ ପାଇଁ ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକ୍ ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ଏବଂ ଏହି କାମରେ ନିୟୋଜିତ କର୍ମଚାରୀମାନଙ୍କୁ ଠିକ ଭାବେ ତାଲିମ ଦେବା ଓ ଆବଶ୍ୟକ ହେଲେ ବ୍ଲକ୍ ସ୍ତରରେ ଟିକାକରଣ ପ୍ରସ୍ତୁତିକୁ ଅନୁଧ୍ୟାନ କରିବା ଲାଗି ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ଟିକାର ପାର୍ଶ୍ବ ପ୍ରତିକ୍ରିୟା ଦେଖାଦେଲେ ଏହାକୁ କେମିତି ଦକ୍ଷତାର ସହିତ ମୁକାବିଲା କରାଯାଇପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି।

   Related Posts