ଭୁବନେଶ୍ବର ୧୦।୪: ୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ। ଏପ୍ରିଲ୨୦୨୬ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ।

ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ୨୪ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି୨୯ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।

Also Read:- BJP State Executive Committee: ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା ପ୍ରକାଶ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଲିଷ୍ଟରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ସାମିଲ

ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ୍ ।