ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ରାଧାଦାମୋଦର ବେଶରେ କାଳିଆ ଠାକୁର

Published By : Prameya-News7 Bureau | November 20, 2023 IST

ପୁରୀ ୨୦/୧୧: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ ।

ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି ।

wp:embed {"url":"https://www.prameyanews7.com/fourth-monday-at-dhabaleswar-pitha/","type":"wp-embed","providerNameSlug":"prameya-news-7"}
https://www.prameyanews7.com/fourth-monday-at-dhabaleswar-pitha/
/wp:embed

କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.