ପୁରୀ ୧୧।୧୦ : ଶାରଦୀୟ ଦୂର୍ଗାପୂଜା ଉତ୍ସବ ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା। ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତ ଗୁଣ୍ଡିଚାରେ ମାଆ ମହାଲକ୍ଷ୍ମୀ ସ୍ଵରୁପା ମାଆ ଦୁର୍ଗାଙ୍କୁ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥାନ୍ତି। ପବିତ୍ର ରଥଯାତ୍ରା ସମୟରେ ମା ଲକ୍ଷ୍ମୀଙ୍କୁ ମହାପ୍ରଭୁ ଘୋଷଯାତ୍ରାରେ ନେଇ ନଥିବାରୁ ନୀଳାଦ୍ରି ବିଜେ ସମୟରେ ଅଭିମାନିନୀ ମା ଲକ୍ଷ୍ମୀଙ୍କୁ ଗୁପ୍ତ ଗୁଣ୍ଡିଚାରେ ଯିବା ପାଇଁ ପ୍ରତିଶୃତି ଦେଇଥିଲେ ମହାପ୍ରଭୁ । ସେହି ପ୍ରତିଶୃତି, ସଂସ୍କୃତି ଓ ପରମ୍ପରାକୁ ରକ୍ଷା କରି ଗୁପ୍ତ ଗୁଣ୍ଡିଚା ଅନୁଷ୍ଠିତ ହେବାର ପରମ୍ପରା ରହିଥିବା ଗବେଷକ ମତ ଦେଇଛନ୍ତି।