ପୁରୀ ୨୪।୦୯ : ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ବାମନ ଜନ୍ମ ନୀତି । ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବା ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୁଷୀତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ଶହ ଶହ ବର୍ଷ ଧରି ମହାପ୍ରଭୁଙ୍କ ବଳିବାବନ ବେଶ ଅନୁଷ୍ଠିତ ହୋଇଆସୁଛି।

Also Read:-ଏସିଆନ ଗେମ୍ସ ୨୦୨୬: ୱୁଶୁରେ ରୌପ୍ୟ ଜିତି ବିରଳ ରେକର୍ଡ କଲେ ଭାରତର ନାଓରେମ ରୋଶିବିନା ଦେବୀ