ଭୁବନେଶ୍ବର ୨୭।୫: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି ।
ସେପଟେ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀବାୟୁ । ମୌସୁମୀ ଓଡ଼ିଶା ଛୁଇଁବାକୁ ପାଗ ଅନୁକୂଳ ରହିଛି । ଗତ ୨୪ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି ।
ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।
You Can Read:
ଆଗକୁ ଆସୁଛି ବଡ଼ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟରେ ସତର୍କ କରାଇଲେ SRC