ଭୁବନେଶ୍ବର ୧୭।୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗର ଆକଳନ କହୁଛି, ରବିବାର ମାଲକାନଗିରି ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ବର୍ଷା ହେବ । ୨୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ସୋମବାର ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ବଲାଙ୍ଗିର ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି ।
You Can Read: