ଭୁବନେଶ୍ବର ୧୯।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।
ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ୨୦ ତାରିଖରେ ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
wp:embed {"url":"https://www.prameyanews7.com/today-weather-heavy-rain-fall-in-odisha/","type":"wp-embed","providerNameSlug":"prameya-news-7"} /wp:embedସେହିଭଳି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୧ରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୬ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଲଘୁଚାପ ପ୍ରଭାବରୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଚାଷ ଜମି ଜଳମଗ୍ନ ହେବାର ଆଶଙ୍କା ଥିବାରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ଲଗାଣ ବର୍ଷା ସମ୍ଭାବନା ପାଇଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଅଛି । ଏଥିପାଇଁ ପ୍ରସ୍ତୁତ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି ।
ଉଲ୍ଲେଖଯୋଗ୍ୟ ଯେ, ସୋମବାର ବୌଦ୍ଧରେ ୩୨.୬ମିମି ବର୍ଷା ହୋଇଛି । ବାଲେଶ୍ୱରରେ ୨୧.୨, ପାରଳାଖେମୁଣ୍ଡିରେ ୧୦.୨ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବାଧିକ ୧୨୫.୪ମିମି ବର୍ଷା ହୋଇଛି । ବ୍ରହ୍ମପୁରରେ ୫୦.୪, ଚିଲିକାରେ ୫୦, ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ୪୬, କଟକରେ ୪୪.୬, କେନ୍ଦୁଝର ଜିଲ୍ଲା ତେଲକୋଇରେ ୩୬.୪, ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ରେ ୩୫, ଗଞ୍ଜାମ ଜିଲ୍ଲା ଶେରଗଡ଼ରେ ୩୦, ଢେଙ୍କାନାଳ ଜିଲ୍ଲା ଆଳତୁମା ଓ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ୨୯.୪ମିମି ବର୍ଷା ହୋଇଛି ।
You Can Read :
wp:embed {"url":"https://www.prameyanews7.com/irani-husband-nishikant-was-remanded-for-two-days/","type":"wp-embed","providerNameSlug":"prameya-news-7"} /wp:embed