ଭୁବନେଶ୍ୱର ୧୦।୦୫ : ଆସନ୍ତା ୧୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଶ୍ରୀଲଙ୍କା ନିକଟସ୍ଥ ଗଲ୍ଫ ଅଫ ମନାର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏହି ଆକଳନ କରିଛି।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୩ ବା ୧୪ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଘନୀଭୂତ ହୋଇ ଅବପାତ ଓ ପରେ ଗଭୀର ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ତେବେ ୧୪ ତାରିଖ ଯାଏ ରାଜ୍ୟରେ ତାତି ଅପେକ୍ଷାକୃତ କମ୍ ରହିବ ବୋଲି ସେ ଆକଳନ କରିଛନ୍ତି।

Also Read:-Horoscope Today : ମେ'୧୦ ତାରିଖ, ରବିବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ରବିବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀ ଭଳି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ଅଛି। ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ। ୧୧, ୧୨ ଓ ୧୩ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶନିବାର ରାଜ୍ୟର ସବୁଠି ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା। ବଲାଙ୍ଗୀରରେ ୩୯.୩, ସୋନପୁରରେ ୩୮.୫, ତାଳଚେରରେ ୩୮.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

Watch Video:-

​​​​​​​