krs-728-90-banner (1)
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୩ ଜିଲ୍ଲାରେ ଭୀଷଣ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା !

5/09/2023 at 11:55 AM

ଭୁବନେଶ୍ବର ୫।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କି.ମି. ଯାଏଁ ବ୍ୟାପିଛି ।

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ଅରେଞ୍ଜ ୱାର୍ଣ୍ଣିଂ ଜାରି

ଏହା ପ୍ରଭାବରେ ରାଜ୍ୟରେ ୭ ତାରିଖ ଯାଏଁ ବର୍ଷା ଜାରି ରହିବ । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ଭୀଷଣ ବର୍ଷିବ । ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା,  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି,  ସୋନପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଠାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । 

ଘନୀଭୂତ ହେଲା ଘୂର୍ଣ୍ଣିବଳୟ, ରାତି ସୁଦ୍ଧା ନେବ ଲଘୁଚାପର ରୂପ, ୪ ଜିଲ୍ଲାକୁ ଆଲର୍ଟ

ସେପଟେ ୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନବରଙ୍ଗପୁର ଓ ନୂଆପଡ଼ାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ସୋମବାର ଚାନ୍ଦବାଲିରେ ୪୦.୫, ପାରଳାଖେମୁଣ୍ଡିରେ ୩୩, ଅନୁଗୁଳରେ ୩୦, ତାଳଚେରରେ ୧୨, ଦାରିଙ୍ଗିବାଡ଼ିରେ ୨୮, ନୟାଗଡ଼ରେ ୨୬ ଓ ଢେଙ୍କାନାଳରେ ୧୭ ମିମି ବର୍ଷା ହୋଇଛି ।

You Can Read :

   Related Posts