Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ମଙ୍ଗଳବାର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ସମଗ୍ର ରାଜ୍ୟରେ ବର୍ଷିବ !

18/09/2023 at 8:25 PM

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ପ୍ରଭାବରେ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଉପକୂଳ, ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସେପ୍ଟେମ୍ବର ୧୯ ଏବଂ ୨୦ ତାରିଖରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ବୁଲେଟିନ୍ କହିଛି । ଏହି ସମୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ସେପ୍ଟେମ୍ବର ୨୦ ତାରିଖ ରାତିରୁ ଏହାର ପ୍ରଭାବ ପଡୋଶୀ ରାଜ୍ୟ ଛତିଶଗଡ଼ ମୁହାଁ ହୋଇପାରେ ବୋଲି ବୁଲେଟିନ୍‌ରେ କୁହାଯାଇଛି । 

Also read- ସେପ୍ଟେମ୍ବରରେ ସ୍ୱାଭାବିକ୍ ଠାରୁ ଅଧିକ ବର୍ଷିବ, ୬ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ

   Related Posts