ଆଗକୁ ବଢ଼ିବ ବର୍ଷା

Published By : Prameya-News7 Bureau | August 10, 2018 IST

ଆସନ୍ତା ୧୧ତାରିଖରୁ ପୁଣି ଥରେ ବର୍ଷା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି। ଅଗଷ୍ଟ ୧୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। କୋରାପୁଟ, କନ୍ଧମାଳ,କଳାହାଣ୍ଡି,ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।୧୨ତାରିଖଠାରୁ ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର,ଭଦ୍ରକ,ସୁନ୍ଦରଗଡ଼ ସମେତ ଉପକୂଳ ଓଡ଼ିଶାର କେନ୍ଦ୍ରାପଡ଼ା,କଟକ,ପୁରୀ,ଜଗତସିଂହପୁର ଏବଂ ଯାଜପୁରରେ ୧୪ତାରିଖ ଯାଏଁ ବର୍ଷାର ପ୍ରଭାବ ରହିବ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.