ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଆସନ୍ତା ୨ ଦିନ ପ୍ରବଳ ବର୍ଷା: ସିଇସି

Published By : Prameya-News7 Bureau | July 24, 2023 IST

ଭୁବନେଶ୍ୱର: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସିଇସି ପକ୍ଷରୁ କୁହାଯାଇଛି।

wp:heading {"level":4}

ଅଧିକ ପଢନ୍ତୁ- ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

/wp:heading

ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଖୋର୍ଦ୍ଧା ଓ ପୁରୀ ବ୍ୟତୀତ କଟକ ଓ ଜଗତସିଂହପୁରର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ଜଣାପଡ଼ିଛି । ଜୁଲାଇ ୨୬ ବେଳକୁ ଏହି ଲଘୁଚାପ ଅବପାତର ରୂପ ନେବା ସହ ଜୁଲାଇ ୨୮ ତାରିଖରୁ ଉତ୍ତର ଓଡ଼ିଶା ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୩୦ ସୁଦ୍ଧା ଅନ୍ୟ ଗୋଟିଏ ଲଘୁଚାପ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.