AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ଆସୁଛି ଆଉ ଏକ ଲଘୁଚାପ, ସେପ୍ଟେମ୍ବର ପହିଲାରୁ ପ୍ରବଳ ବର୍ଷିବ

22/08/2022 at 7:50 AM

ଭୁବନେଶ୍ୱର, ୨୨|୦୮: ଆସନ୍ତା ୨୯ରେ ରାଜ୍ୟରେ ପୁଣି ଏକ ଲଘୁଚାପ ହେବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ହୋଇପାରେ । ଏହା ପ୍ରଭାବରେ ଉପକୂଳ ଓଡିଶାରେ ସେପ୍ଟେମ୍ବର ୧ରୁ ୩ ଯାଏ ବର୍ଷା ସମ୍ଭାବନା ଅଛି । ତେବେ ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ଅଧିକ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରେ ଭାରି ବର୍ଷା ହୋଇପାରେ । ତେବେ ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ସମ୍ଭାବନା କମ୍‌ । ଗରମ ଯୋଗୁ କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୩ ଓ ୨୪ରେ ଉପକୂଳରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୪ରୁ ୨୬ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି ।

୨୩ରୁ ୨୫କୁ ଛାଡି ଅନ୍ୟ ଦିନ ଉପକୂଳରେ ଟାଣ ଖରା ହେବ । ଆଭ୍ୟନ୍ତରୀଣ ଅଞ୍ଚଳରେ ସେପ୍ଟେମ୍ବର ପ୍ରଥମ ସପ୍ତାହ ଯାଏ ପାଗ ଶୁଖିଲା ରହିପାରେ ବୋଲି ସେ କହିଛନ୍ତି । ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆସନ୍ତା ୨୩ରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିଭଳି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪ରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି କୁହାଯାଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ସୁନ୍ଦରଗଡର ବଣାଇରେ ୧୪୦, ରାୟଗଡାର ଆମ୍ବଦୋଳାରେ ୧୦୨, ଦେବଗଡରେ ୯୬, ସୁନ୍ଦରଗଡ ବାରଗାଁରେ ୯୦, କନ୍ଧମାଳ କେ ନୂଆଗାଁରେ ୮୧ ମିମି ବର୍ଷା ହୋଇଛି । ସକାଳୁ ସନ୍ଧ୍ୟା ଭିତରେ ବାଲେଶ୍ୱରରେ ୨୯, ହୀରାକୁଦରେ ୨୨, ସମ୍ବଲପୁରରେ ୧୨ ଓ ସୋନପୁରରେ ୧୦.୮ମିମି ବର୍ଷା ହୋଇଛି ।

   Related Posts