scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆସୁଛି ଲଘୁଚାପ,୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

17/08/2023 at 7:53 AM

low pressure

ଭୁବନେଶ୍ୱର ୧୭/୦୮: ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି । ଗୁରୁବାର ୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି । ୧୮ରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏ ସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୮ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର ତଳିଆ ଅଞ୍ଚଳରେ ପାଣି ଜମି ଜଳବନ୍ଦୀ ସ୍ଥିତି ଉପୁଜିପାରେ । କଚ୍ଚା ଘର ଓ ରାସ୍ତା କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୧୮ରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

you can also read….

   Related Posts