AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫୫ ରୁ ୬୫ କିମି ବେଗରେ ବହିବ ପବନ !

19/08/2022 at 5:56 PM

ଭୁବନେଶ୍ଵର:  ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ତେବେ ବାତ୍ୟାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ୮ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେପଟେ ଏସଆରସିଙ୍କ କହିବା କଥା ବ୍ରାହ୍ମଣୀ ଓ ବୁଢ଼ାବଳଙ୍ଗ ଅବବାହିକାରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ।

ବନ୍ୟା ଭିତରେ ବର୍ଷା ଭୟ । ଗଭୀର ଅବପାତରେ ପରିଣତ ହେଲା ଅବପାତ । ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା । ବାତ୍ୟାର ସମ୍ଭାବନା ନାହିଁ । କିନ୍ତୁ ପବନର ବେଗ ୫୫ରୁ ୬୫, ବେଳେ ବେଳେ ୭୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅର୍ଥାତ୍ ପଶ୍ଚିମବଙ୍ଗ ଉପକୂଳ ଓ ବାଂଲାଦେଶ ଉପକୂଳକୁ ବାଲେଶ୍ବର ଓ ସାଗର ଦୀପ ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ । ଏହା ପ୍ରଭାବରେ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ରହିଛି । ବେଳେ ବେଳେ ଘଣ୍ଟା ପ୍ରତି ୭୫କିଲୋମିଟର ବେଗରେ ପବନ ପ୍ରବାହିତ ହେଉଛି ।

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା

ଗଭୀର ଅବପାତ ଯୋଗୁଁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । ଧୀରେ ଧୀରେ ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଶାର  ପରିମାଣ ବଢ଼ିବ । ଗଭୀର ଅବପାତ ଉପକୂଳ ଆଡ଼କୁ ମୁହାଁଇଲେ ଉତ୍ତର ଓଡ଼ିଶା ନିକଟ ଦେଇ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ଛତିଶଗଡ଼ ଆଡ଼କୁ ଗତି କରିବ । ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ୪ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ । 

ସେହିଭଳି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।  ଏହି ଜିଲ୍ଲା ଗୁଡ଼ିକ ହେଲା, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ,  ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ  ଯାଜପୁର ।  ୮ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେଗୁଡ଼ିକ ହେଲା ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼,  ଖୋର୍ଦ୍ଧା, ପୁରୀ ।

   Related Posts