News7 Logo

ମା ଭଟ୍ଟାରିକାଙ୍କର ଆୟୁଧ ଶୋଭାଯାତ୍ରା, ସାମିଲ ହେଲେ ଶତାଧିକ ଭକ୍ତ

NEWS7
bhatarika

ଆଠଗଡ଼ ୧୫।୦୯ : ବଡ଼ମ୍ବା ଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା ଭଟ୍ଟାରିକାଙ୍କର ଆୟୁଧ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ମାଆଙ୍କର ଷୋଡ଼ଶ ଉପଚାର ପୂଜା ଅନୁଷ୍ଠିତ ହୋଇଥାଏ । ଏକ ବିରାଟ ଶୋଭାଯାତ୍ରା ସହ ମାଙ୍କ ଆୟୁଧ ମନ୍ଦିରକୁ ଆସିଥାଏ । ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ମା ଭଟ୍ଟାରିକା ବିଭିନ୍ନ ସୂର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇ ବିଭିନ୍ନ ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଥାନ୍ତି । ମାଆଙ୍କର ଏହି ଆୟୁଧ ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ଶତାଧିକ ଶ୍ରଦ୍ଧାଳୁଙ୍କର ଭିଡ଼ ଲାଗିଥାଏ । ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦେଖି ବଡ଼ମ୍ବା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ​​​​​​​