ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ, ହତ୍ୟା ସନ୍ଦେହ
6/09/2022 at 3:18 PM

ସୁନ୍ଦରଗଡ଼ ୦୬।୦୯: ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଟିକାୟତ ପାଲି ଥାନା ଅନ୍ତର୍ଗତ ଦେବଗଡ଼-ବଣାଇ ସୀମା ନିକଟରେ ଥିବା ଏକ ଜଙ୍ଗଲରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।
ଖବର ଅନୁଯାୟୀ, ଟିକାୟତ ପାଲି ଥାନାର ତିଳେଇବଣି ନିକଟ କାଟେଇ ଗାଁର ପଠାଣି ଭୁଇଁଆ ସ୍ୱାମୀ ମରିଗଲା ପରେ ଏକ ମାତ୍ର ଶିଶୁ ପୁତ୍ରକୁ ଧରି ରହୁଥିଲେ। ଦିନ ମଜୁରିଆ ଭାବେ କାମ କରି ପରିବାର ଚଳାଉଥିଲେ। ତେବେ ଆଜି ଜଙ୍ଗଲରୁ ତାଙ୍କର କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବଣାଇ ଏସଡିପିଓ, ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Related Posts
ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪୬ ବଖରା ଘର; ବାସହୀନ ୨୨ ପରିବାର
2 February 2023
ବଦଳିଲା ନାଁ: ଓଡ଼ିଶା ଅଗ୍ନିଶମ ସହ ଯୋଡ଼ିହେଲା ଜରୁରୀ କାଳୀନ ସେବା
2 February 2023
ଜିଲ୍ଲା ଚିକିତ୍ସାଳୟର ପ୍ରସୂତି ୱାର୍ଡରୁ ନକଲି ଡାକ୍ତର ଗିରଫ
2 February 2023