ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଇକ୍ୟୁଏଡୋର ଓ ପେରୁ; ରିକ୍ଟର ସ୍କେଲରେ ତିବ୍ରତା ୬.୮, ୧୪ଜଣଙ୍କ ମୃତ୍ୟୁ ସୂଚନା

19/03/2023 at 7:58 AM

ନୂଆଦିଲ୍ଲୀ: ଦକ୍ଷିଣ ଆମେରିକା ଦେଶ ଇକ୍ୟୁଏଡୋର ଓ ପେରୁ ଭୂମିକମ୍ପ । ଶନିବାର ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୮ ରେକର୍ଡ କରାଯାଇଛି । ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ଏପର୍ଯ୍ୟନ୍ତ ୧୪ଜଣ ପ୍ରାଣ ହରାଇଲେଣି ।

ଆମେରିକା ଭୂ-ବିଜ୍ଞାନ ସର୍ବେକ୍ଷଣ ସଂସ୍ଥା ମୁତାବକ, ଶନିବାର ଦକ୍ଷିଣ ଇକ୍ୟୁଏଡୋର ଓ ପେରୁ ଭୂମିକମ୍ପ ଅନୁଭୂତ ହୋଇଛି । ଇକ୍ୟୁଏଡୋରର ଉପକୂଳବର୍ତ୍ତୀ ଅଞ୍ଚଳ ଗୁୟାସ୍ କ୍ଷେତ୍ରରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହା ତିବ୍ରତା ୬.୮ ରହିଛି । ଏହାର କେନ୍ଦ୍ରସ୍ଥଳି ଗୁଆୟାକିଲ୍ ସହର ଠାରୁ ୮୦ କିଲୋମିଟର ଦୂରରେ ରହିଛି ।

ଶକ୍ତିଶାଳୀ ଭୂମିକମ୍ପରେ  ବ୍ୟାପକ ପରିମାଣରେ ଧନ ଜୀବନ ନଷ୍ଟ ହୋଇଛି । ବର୍ତ୍ତମାନ ସୁଧା ୧୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୬ ଆହତ ହୋଇଛନ୍ତି । ଭୂମିକମ୍ପରେ ବଡ଼ ବଡ଼ ବିଲ୍ଡିଂ ସବୁ ଭୂଶୁଡ଼ି ପଡ଼ିଛି । ମାଟି ତଳେ ଅନେକ ଲୋକ ଚାପି ହୋଇ ରହିଥିବା ଜଣାପଡ଼ିଛି । ସେହିପରି ପେରୁ ମଧ୍ୟ ଭୂମିକମ୍ପ ଝଟକା ଲାଗିଛି । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରିଖିଛନ୍ତି । ଭୂମିକମ୍ପ ପରେ ଇକ୍ୟୁଏଡୋର ରାଷ୍ଟ୍ରପତି ଟ୍ବିଟ୍ କରି ଧର୍ଯ୍ୟ ନହରାଇବାକୁ ଲୋକଙ୍କୁ ଅପିଲ୍ କରିଛନ୍ତି ।

   Related Posts