ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ, ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶରେ ଦର୍ଶନ କଲେ ଶ୍ରଦ୍ଧାଳୁ

Published By : Prameya-News7 Bureau | November 13, 2024 IST

ପୁରୀ ୧୩/୧୧: କାର୍ତ୍ତିକ ମାସର ପବିତ୍ର ପଞ୍ଚକ ପାଇଁ ଶ୍ରୀକ୍ଷେତ୍ର ଏବେ ଚଳଚଞ୍ଚଳ। ଆଜି ପଞ୍ଚୁକର ଦ୍ୱାଦଶୀ ତିଥିରେ ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଗହଳି ଲାଗି ରହିଛି। 

ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଗତକାଲି ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଥିଲେ। 

ତେବେ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସକାଳୁ ହବିଷ୍ୟାଳୀଙ୍କ ସହ ଭକ୍ତଙ୍କ ପ୍ରବଳ ଭିଡ ଜମିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। 



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.