ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନନ୍ଦା ଓ ଭଦ୍ରାରେ ଚାପ ଖେଳିବେ ପ୍ରଭୁ

Published By : Prameya-News7 Bureau | May 10, 2024 IST

ପୁରୀ ୧୦/୦୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ସହ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଥିବା ବେଳେ ମହାପ୍ରଭୁଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଚାପ ଡଙ୍ଗା ନନ୍ଦା ଓ ଭଦ୍ରା। ତେବେ ଚନ୍ଦନ ଯାତ୍ରା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୪ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୨ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନ୍ସପେକ୍ଟରଙ୍କ ଓ ୧୭ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ। ତେବେ ଚନ୍ଦନ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ଆଜିଠାରୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.