Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଟିଟିଲାଗଡରେ ମହିଳା ସମାବେଶ, ବିଜେଡିରେ ସାମିଲ ହେଲେ ଶତାଧିକ ମହିଳା କର୍ମୀ

13/03/2023 at 12:50 PM

ଟିଟିଲାଗଡ ୧୩।୩: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମହିଳା ଦିବସ ଅବସରରେ ମହିଳା ସମାବେଶ କରି ଶକ୍ତି ପ୍ରଦର୍ଶନ କରିଛନ୍ତି ଟିଟିଲାଗଡ଼ ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ । ସଇଁତଳା ବ୍ଲକର ଛନଛଡା ଖେଳ ପଡିଆଠାରେ ନିର୍ବାଚନମଣ୍ଡଳୀସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ସପ୍ତାହ  ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବଲାଙ୍ଗୀର ଜିଲ୍ଲା ସଭାପତି ଟୁକୁନି ସାହୁ ଯୋଗଦେଇ ମହିଳାମାନେ କିଭଳି ଭାବରେ ସରକାରଙ୍କ ଯୋଜନା ଗୁଡିକର ଲାଭପାଇ ଆତ୍ମନିର୍ଭରଶୀଳ ହୋଇପାରିବେ ସେନେଇ ଗୁରୁମନ୍ତ୍ର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଜିଲ୍ଲା  ବିଜୁ ମହିଳା ମୋର୍ଚ୍ଚାର ସଭାପତି, ରାଜ୍ୟର ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ଯୋଗଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତ ଯୋଜନା ବିଷୟରେ ଲୋକଙ୍କୁ ଉଦବୋଧନ ଦେବା ସହ ଆଗାମୀ ଦିନରେ ଦଳ କିଭଳି ଆହୁରି ଶକ୍ତିଶାଳୀ ହେବ ସେନେଇ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ଜନସାଧାରଣ ଏକ ହୋଇ ପୁଣିଥରେ ଟିଟିଲାଗଡ଼ ବିଧାନସଭାରେ ଟୁକୁନି ସାହୁଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଥିଲେ । ଏହି ମହିଳା ସମାବେଶ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହିଳା ସଶକ୍ତିକରଣ ଓ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ମନ୍ତ୍ରୀ ଟୁକୁନି ସାହୁଙ୍କ ନେତୃତ୍ଵରେ କଂଗ୍ରେସ ଓ ବିଜେପି ଦଳ ଛାଡ଼ି ବିଜୁ ଜନତା ଦଳରେ ଶତାଧିକ ମହିଳା ଓ ପୁରୁଷ କର୍ମୀ ସାମିଲ ହୋଇଥିଲେ ।

   Related Posts