ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲେ ଖଡଗେ, କହିଲେ ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ପାଇଁ

Published By : Prameya-News7 Bureau | July 11, 2025 IST

ଭୁବନେଶ୍ୱର ୧୧/୦୭: ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କେବଳ ଧନୀଙ୍କ ପାଇଁ । କହିଲେ ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ ହୋଇଛି । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । 

ବିଜେପିର ଅବଦାନ ଜିରୋ, ଏମାନେ ଏଠାରେ କିଛି କାମ କରିନାହାନ୍ତି । କିଛି କାମ ନ କରି କେବଳ ଶ୍ରେୟ ନେବାକୁ ଚେଷ୍ଟା କରୁଛି ବିଜେପି । କିଛି କରିନାହାନ୍ତି, କେବଳ ବିକ୍ରି କରିବାରେ ଲାଗି ପଡ଼ିଛନ୍ତି । ଡବଲ ଇଞ୍ଜିନ ସରକାର ଗରିବଙ୍କ ପାଇଁ ନୁହେଁ, କେବଳ ଧନୀଙ୍କ ପାଇଁ । ଦେଶର ସମ୍ବିଧାନକୁ ସମାପ୍ତ କରିବା ମୋଦିଙ୍କ ଲକ୍ଷ୍ୟ ବୋଲି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି । ସେ ଆହୁରି କହିଛନ୍ତି ଧର୍ମ ନାଁରେ ବିଭାଜନ ରାଜନୀତି କରୁଛି ବିଜେପି । ଭାରତ ପାକିସ୍ତାନ ଯୁଦ୍ଧ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ୍ କଲେ ଖଡଗେ । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.