ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହରେ ସ୍ତ୍ରୀକୁ ଅଟକ ରଖି ପୋଲିସର ପଚରାଉଚରା
26/01/2019 at 11:31 AM

ବାଲିଗୁଡା ୨୬|୧: ବାଲିଗୁଡା ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ତାଙ୍କ ସ୍ତ୍ରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଡ୍ରାପସାହିରେ ଅଭାବନୀୟ ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ପଙ୍କଜ ବିନ୍ଧାଣୀ । ପଙ୍କଜଙ୍କ ମୃତଦେହ ଦେଖି ପରିବାରଲୋକେ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ମେଡିକାଲକୁ ପଠାଇଛି ।
Related Posts
ନବ ଦାସ ହତ୍ୟା ମାମଲା, ଗୋପାଳଙ୍କ ପରିବାରକୁ ରାତିଅଧିଆ ଜେରା
8 February 2023
ସ୍କୁଲରୁ ଘରକୁ ଫେରୁଥିଲେ ମହିଳା, ଅଧାରାସ୍ତାରେ ଏସିଡ ମାଡ କଲେ ଦୁର୍ବୃତ୍ତ
8 February 2023