AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ; କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

26/10/2018 at 12:32 PM

ନୟାଗଡ଼ ୨୬/୧୦ : ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି | ମୃତ ଚାଷୀ ହେଲେ ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ଖାଲମଡ଼ା ଗାଁର ନିରଞ୍ଜନ ପ୍ରଧାନ | ନିରଞ୍ଜନ ଆଜି ସକାଳୁ ବିଲକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିଲା | ଟଙ୍କା ବିଲ ଉପର ଦେଇ ଯାଇଥିବା ବିଦ୍ୟୁତ ତାର ଛିଣ୍ଡି ପଡିଥିବା ସେ ଜାଣିନଥିଲେ | ସେହି ବାଟ ଦେଇ ଯାଉଥିବା ବେଳେ ତାରରେ ଟଙ୍କା ଗୋଡ ଛନ୍ଦି ହୋଇଯାଇଥିଲା | ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା | ପାଖ ବିଲରେ କାମ କରୁଥିବା ଲୋକେ ଏହା ଦେଖି ଟଙ୍କା ପରିବାରଲୋକଙ୍କୁ ଖବର ଦେଇଥିଲେ | ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ନିରଞ୍ଜନଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି | ଏନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖାଦେଇଛି | ଗ୍ରାମବାସୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି |

   Related Posts