Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ପଦ୍ମପୁର ଅଞ୍ଚଳରେ ଲାଗିଲା ମାଓ ବ୍ୟାନର, କିଛି ଦୋକାନୀଙ୍କୁ ତାଗିଦ କଲେ ମାଓବାଦୀ

2/06/2022 at 10:42 AM

ପଦ୍ମପୁର ୨।୬: ବରଗଡ ଜିଲ୍ଲା ଅଞ୍ଚଳରେ ଲାଗିଲା ମାଓ ବ୍ୟାନର । ପାଇକମାଲରୁ ପଦ୍ମପୁର ରାସ୍ତା ଭୁଲିଆବନ୍ଧ ଛକ ନିକଟରେ ମାଓ ପୋଷ୍ଟର ଲଗାଯାଇଛି । ପୋଷ୍ଟରରେ କିଛି ଦୋକାନୀଙ୍କୁ ତାଗିଦ କରାଯାଇଛି । ଯେଉଁମାନେ ବେଶୀ ପରିମାଣର ରାସନ ସାମଗ୍ରୀ କିଣୁଛନ୍ତି ସନ୍ଦେହରେ ପୋଲିସକୁ ଖବର ଦେଉଛନ୍ତି ଦୋକାନୀ, ସେମାନଙ୍କୁ ତାଗିଦ କରିଛନ୍ତି ମାଓବାଦୀ । ସେମାନେ ଜାଣିଛନ୍ତି କେଉଁମାନେ ଖବର ଦେଉଛନ୍ତି, ତେଣୁ ସେମାନେ ସୁଧୁରି ଯାଆନ୍ତୁ ନଚେତ ଦଣ୍ଡିତ ହେବେ ବୋଲି ଚେତାବନୀ ଦେଇଛନ୍ତି ମାଓବାଦୀ ସଂଗଠନ ।

ବିଭିନ୍ନ ଗ୍ରାମର କିଛି ଲୋକଙ୍କୁ ସେମାନେ ପୋଲିସ ଇନଫର୍ମର ବୋଲି ସନ୍ଦେହ କରୁଛନ୍ତି । ସେମାନଙ୍କ ନାମ ଓ ଗ୍ରାମର ନାମ ଲେଖା ହୋଇଛି ଏବଂ ସୁଧୁରିଯିବା ପାଇଁ ଚେତାବନୀ ଦେଇଛନ୍ତି  ମାଓବାଦୀ । ମାଓବାଦୀ  ସଂଗଠନ (BBM), ବରଗଡ଼, ବଲାଙ୍ଗୀର ଓ ମହାସମୁନ୍ଦ ସଙ୍ଗଠନ ଏହି ବ୍ୟାନର ଲଗାଇଛି ।

   Related Posts