ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଧାମନଗରରେ ମାରାଥନ ଶିଳାନ୍ୟାସ ଓ ଉଦଘାଟନ କଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

15/12/2021 at 2:33 PM

ଭଦ୍ରକ ୧୫।୧୨: ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରେ ମାରାଥନ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀ । ଧାମନଗର ବ୍ଲକର ଅସୁରାଳୀ ପଞ୍ଚାୟତରେ ନବନିର୍ମିତ ତୋରଣର ଉଦଘାଟନ ସହ ପଞ୍ଚାୟତ ଗୃହର ନବୀକରଣ କାର୍ଯ୍ୟର ଶିଳାନ୍ୟାସ ହୋଇଛି ।

ଅସୁରାଳୀ ସରପଞ୍ଚ ରାଜେନ୍ଦ୍ର ସାହୁଙ୍କ ପୌରାହିତରେ ଗଣେଶନଗର ଜଗନ୍ନାଥ ମନ୍ଦିର ଯଜ୍ଞ ମଣ୍ଡପର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ବକ୍ସିପାଟଣା ଅଙ୍ଗନଓ୍ବାଡୀ ଗୃହ, ମିଶନ ଶକ୍ତି ଗୃହର ଉଦଘାଟନ ସହ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ଉମାମଣୀ ସାହୁଙ୍କ ସହ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

   Related Posts