Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଇଣ୍ଡିଆନ ଅଏଲ କ୍ୟାମ୍ପସରେ ଭୀଷଣ ଅଗ୍ନିକାଣ୍ଡ, ୩ ମୃତ, ୩୫ ଆହତ

21/12/2021 at 5:31 PM

ହଲଦିଆ ୨୧।୧୨: ପଶ୍ଚିମବଙ୍ଗର ହଲଦିଆ ସ୍ଥିତ ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସି)ର କ୍ୟାମ୍ପସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ନିଆଁ ଲିଭା କାର୍ଯ୍ୟରେ ଦମକଳ ବିଭାଗର ଅନେକ ଆଡି ନିୟୋଜିତ ଅଛନ୍ତି। ନିଆଁକୁ ନିୟନ୍ତ୍ରଣ କରାଯାଇଥିବା ସୂଚନା ମିଳିଛି।

ହଲଦିଆରେ ଇଣ୍ଡିଆନ ଅଏଲ କର୍ପୋରେସନର ପ୍ଲାଣ୍ଟରେ ଏହି ଅଗ୍ନିକାଣ୍ଡ ଘଟିଛି। ଆହତଙ୍କୁ ଇଣ୍ଡିଆନ ଅଏଲ କର୍ପୋରେସନର ହସ୍ପିଟାଲ ଓ କୋଲକାତା ପୋର୍ଟ ଟ୍ରଷ୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଅଏଲ କର୍ପୋରେସନ ଭିତରେ ଏକ ମକ୍ ଡ୍ରିଲ୍ ଆୟୋଜନ କରାଯାଉଥିଲା। ମକ୍ ଡ୍ରିଲ୍ ପରେ ଏକ ପ୍ଲାଣ୍ଟରେ ସଟଡାଉନ କାମ ଚାଲିଥିଲା। ତେବେ ଡ୍ରିଲିଂ ସମୟରେ ବିସ୍ଫୋରଣ ଘଟିଥିଲା। ତୁରନ୍ତ ଆଇଓସିର ଦମକଳ ବାହିନୀ ନିଆଁକୁ କାବୁ କରିବାରେ ସଫଳ ହୋଇଛନ୍ତି।

   Related Posts