ଭୁବନେଶ୍ୱର ୨୭।୦୫ : ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର । ଓଡ଼ିଶା ପୋଲିସର ବଡ଼ ନିଯୁକ୍ତି ଘୋଷଣା । ୭,୬୬୪ ପଦ ପାଇଁ ଭର୍ତ୍ତି ପ୍ରକ୍ରିୟା OUSSSCକୁ ହସ୍ତାନ୍ତର ।

ଓଡ଼ିଶାରେ ପୁଲିସ ନିଯୁକ୍ତିକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ଏକ ଅଧିକୃତ ଆଦେଶ ଅନୁଯାୟୀ, କନଷ୍ଟେବଳ ଠାରୁ ଆରମ୍ଭ କରି ସବ୍-ଇନ୍ସପେକ୍ଟର (SI) ପର୍ଯ୍ୟନ୍ତ ମୋଟ ୭,୬୬୪ଟି ଖାଲି ପଦବୀର ନିଯୁକ୍ତି ପ୍ରକ୍ରିୟା ଏବେ ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ କମିଶନ୍ (OUSSSC) ମାଧ୍ୟମରେ କରାଯିବ। ଏହି ନିଷ୍ପତ୍ତି ରାଜ୍ୟର ହଜାର ହଜାର ଚାକିରି ପ୍ରାର୍ଥୀଙ୍କ ପାଇଁ ବଡ଼ ଆଶା ସୃଷ୍ଟି କରିଛି।

ସେହିପରି ଗୃହ ବିଭାଗ ପକ୍ଷରୁ ଚିଠିରେ କୁହାଯାଇଛି ଯେ, ସରକାର ଗଭୀର ବିଚାର ବିମର୍ଶ ପରେ ଏହି ନିଯୁକ୍ତି ଦାୟିତ୍ୱ OUSSSCକୁ ଦେବାକୁ ଅନୁମୋଦନ କରିଛନ୍ତି। OUSSSC ସଚିବଙ୍କୁ ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।