ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ମାଟ୍ରିକ୍‌ ପରୀକ୍ଷା ଦେଉଛନ୍ତି ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, କେନ୍ଦ୍ର ବୁଲିଲେ ଗଣଶିକ୍ଷା ମନ୍ତ୍ରୀ

10/03/2023 at 8:12 AM

ଭୁବନେଶ୍ୱର ୧୦/୦୩ : ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ରେଗୁଲାର, ଷ୍ଟେଟ ଓପନ୍ ସ୍କୁଲ ଏବଂ ମଧ୍ୟମାରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ୩ ହଜାର ୨୧୮ କେନ୍ଦ୍ରରେ ପରୀକ୍ଷା ହେଉଛି । ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ହୋଇଥିଲା ।

ସୂଚନା ଥାଉକି, ମାର୍ଚ୍ଚ ୨୦ ଯାଏଁ ଚାଲିବ ଏହି ପରୀକ୍ଷା । ଏହା ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା । ଚଳିତ ଥର ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ର ଛାତ୍ରୀ ୩୨୧୮ ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ଏନେଇ ସୂଚନା ଦେଉଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି । ଖରା ପାଇଁ ବିଶେଷ ପଦକ୍ଷେପ ନିଆଯାଇଛି ।

ସକାଳ ୮ରୁ ୧୦ ଯାଏ ପରୀକ୍ଷା ହେବ । ୫୭ ଟି କେନ୍ଦ୍ରୀୟ ସ୍କ୍ୱାର୍ଡ ଚେକିଂ ପାଇଁ ଗଠନ କରାଯାଇଛି । ସ୍କୁଲ ଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି । ଯେଉଁ ସେଣ୍ଟରରେ ସମ୍ମେଟିଭ ୧ ପରୀକ୍ଷା ହୋଇଥିଲା । ସେଠାରେ ହିଁ ସମ୍ମେଟିଭ ୨ ପରୀକ୍ଷା ହେଉଛି । ପୂର୍ବ ବର୍ଷ ଗୁଡିକରେ ଯେଉଁଠି କପି ଖବର ଆସିଥିଲା, ସେଠାରେ ସେଣ୍ଟର ପରିବର୍ତ୍ତନ କରାଯାଇଛି ।

   Related Posts