oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଶନିବାର ରାଶିଫଳ: ଏହି ରାଶିର ଭାଗ୍ୟସ୍ଥାନରେ ଚନ୍ଦ୍ର ଯୋଗୁ ଯେଉଁ କାମରେ ହାତ ଦେବେ ତାହା ସଫଳ ହେବ

13/05/2022 at 7:56 PM

ମେଷ: ପାରିବାରିକ ଓ କର୍ମକ୍ଷେତ୍ର ସମସ୍ୟା ମୁକ୍ତ ରହିବ। ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ପରିବହନ, ସଂଗଠନ,ରାଜନୀତି ପାଇଁ ବହୁତ ଭଲ। ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ। ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୧।

ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବୀ-କାର୍ଯ୍ୟ ତତ୍ପର ରହିବେ।
ବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଭାଗ୍ୟସ୍ଥାନ ପ୍ରତି ଚନ୍ଦ୍ରଙ୍କ ଯୋଗୁ ଯେଉଁଥିରେ ହାତ ଦେବେ ସବୁ କିଛି ସହଜ ଓ ସୁବିଧାରେ ସମ୍ପନ୍ନ ହେବ । ସାମୂହିକ କାମରେ ବନ୍ଧୁଙ୍କ ପ୍ରଶଂସା ଆପଣଙ୍କୁ ଭାବବିଭୋର କରାଇବ । ପିଲାଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୮ ।

ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବୀ- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ -ଅର୍ଥନୈତିକ ଅଭିବୃଦ୍ଧି ସହ ବୈଷୟିକ ସୁଖ ସମୃଦ୍ଧି ଜୀବନଯାତ୍ରାକୁ ସାବଲୀଳ କରାଇବ । ଟିକିଏ ହସ ମିଶ୍ରିତ ମଧୁର କଥା ସକାଶେ ଲକ୍ଷ୍ୟ ହୀନ ଭ୍ରମଣ ମଧ୍ୟ କରିପାରନ୍ତି । ସଭା ସମିତିରେ ବୁଦ୍ଧିଜୀବୀଙ୍କ ଦ୍ୱାରା ସମ୍ମାନିତ ହେବେ। ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବୀ- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
କର୍କଟ– ଦୀର୍ଘ ଦିନର ଶତ୍ରୁତା ବିବାଦର କାରଣ ହୋଇପାରେ। ମାନସିକ ଶାନ୍ତି ପରିସ୍ଥିତି ଅନୁଯାୟୀ ଅନୁଭୂତ ହେବ । କର୍ମକ୍ଷେତ୍ରରେ ସ୍ୱଇଚ୍ଛାରେ ନିଜ ମୁଣ୍ଡ ଉପରକୁ ଦାୟିତ୍ୱ ନେଇ ପଶ୍ଚାତ୍ତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – ଦୂରଯାତ୍ରାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ଅଶ୍ଳେଷା ନକ୍ଷତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବାର ସୂଚନା ରହିଛି। ଦୈହିକ ଅସୁସ୍ଥତା ସାଙ୍ଗକୁ ପଦସ୍ଥବ୍ୟକ୍ତିଙ୍କ ସହ ବିବାଦ ସୃଷ୍ଟି କରିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବୀ-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। କାମରେ ଉତ୍ସାହିତ ହୋଇପାରିବେ ନାହିଁ। ବନ୍ଧୁଙ୍କ ଗହଣରେ ସମୟ କଟାଇବେ କିନ୍ତୁ ଶେଷ ପର୍ଯ୍ୟାୟରେ ସମ୍ପର୍କ ହାନି ଘଟିବ । ଶୁଭ ରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୬ ।

ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବୀ- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧୈର୍ଯ୍ୟହରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା- କର୍ମକ୍ଷେତ୍ରରେ ଚାଲାକ୍‌ କାମ କରି ନୂତନ ସମସ୍ୟାକୁ ମଧ୍ୟ ସୁଧାରି ନେବେ । ପୁରୁଣା ଗାଡିଟି ବିକ୍ରି ହୋଇଯିବା ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ଅପେକ୍ଷା କରିବାକୁ କହିଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ ।ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।

ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବୀ-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଅସୁବିଧାରେ ପ୍ରକାଶ ନ କରି ମନ ଭିତରେ ବାନ୍ଧି ରଖିଲେ ମାନସିକ କଷ୍ଟ ପାଇବେ। ଘର କାମରେ ମନ ଲାଗିବ ନାହିଁ। ଛୋଟ ଛୋଟ କଥାକୁ ନେଇ କଳହ ଲାଗିବ। ଅବଶ୍ୟ ରାଜନୈତିକ ସ୍ଥିତି ଓ ଆନୁଷ୍ଠାନିକ କାମରେ ପ୍ରଗତି ହେତୁ ଖୁସି ରହିବେ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବୀ- କରିତ୍‌କର୍ମା ହେବେ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ଧନୁ – ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିଯିବ କିନ୍ତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଭାବାତ୍ମକ ବାତାବରଣର ଚନ୍ଦ୍ର ଚିନ୍ତାଶୀଳ ମାନସିକତା ସାଙ୍ଗକୁ ପ୍ରଗତିର ପଥରୋଧକ ହେବ । ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜେ ହିଁ କ୍ଷତିରେ ପଡ଼ିବେ । ଶୁଭ ରଙ୍ଗ ହଳଦିଆ । ଶୁଭ ଅଙ୍କ ୪ ।

ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବୀ-ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ସାଲିସ କରି ଚଳିବା ଠିକ୍‌ ହେବ । ପାରିବାରିକ ଜୀବନ ସୁଖରେ କଟିବା ସହ ବୌଦ୍ଧିକ ବିକାଶରୁ ବୁଦ୍ଧିଜୀବୀଙ୍କ ପ୍ରଶଂସାଭାଜନ ହେବେ । ମାନସିକ ଅସ୍ଥିରତା କିମ୍ବା ଅସାବଧାନତା କାରଣରୁ ସମସ୍ୟାଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।

ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବୀ-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ  – ବ୍ୟସ୍ତ ନ ହୋଇ ଆକସ୍ମିକ ପରିସ୍ଥିତିର ମୁକାବିଲା କରିପାରିଲେ, ଅବଶ୍ୟ ଉପକୃତ ହେବେ । ସ୍ୱାର୍ଥ ସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବୀ- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଶୁଭ ପ୍ରଭାବରୁ ପ୍ରତିବନ୍ଧକକୁ ସାମ୍ନା କରି ଆଶା ପୂରଣରେ ସଫଳ ହେବେ । ଆନୁଷ୍ଠାନିକ କାମରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଆଜିର ଯାତ୍ରାର ନିକଟ ସମ୍ପର୍କୀୟ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଗାଢ ଲାଲ୍‌ । ଶୁଭ ଅଙ୍କ ୬ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବୀ- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

   Related Posts