ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
Published By : Prameya-News7 Bureau | December 04, 2018 IST
ପୁରୀ ୦୪|୧୨: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ଦର୍ଶନ ପାଇଁ ଅନଲାଇନ ଟିକେଟ୍ ବ୍ୟବସ୍ଥା ନେଇ ଆଲୋଚନା ହେବ । ଏହାସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେଉଛି । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଜିଲ୍ଲାପାଳ, ଏସପି ଏବଂ ବିଭିନ୍ନ ନିଯୋଗର ସେବାୟତ ଉପସ୍ଥିତ ଅଛନ୍ତି ।