ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତି, ଅପରାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Published By : Prameya-News7 Bureau | October 20, 2022 IST

ଭୁବନେଶ୍ୱର ୨୦।୧୦ : ସମ୍ଭାବ୍ୟ ବାତ୍ୟା ନେଇ ପୂର୍ବ ପ୍ରସ୍ତୁତି । ବାତ୍ୟା ସ୍ଥିତିକୁ ନେଇ ରାଜ୍ୟ ସରକାର ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ତେବେ ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ସହ ଏସ୍‌ଆରସି ଉପସ୍ଥିତି ରହିବେ । ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ । ବାତ୍ୟା ମୁକାବିଲା ନେଇ ରଣକୌଶଳ ପ୍ରସ୍ତୁତ ହେବ ।

ସୂଚନାଯୋଗ୍ୟ ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.