ଭୁବନେଶ୍ବର ୨।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ’ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି । ଏହା ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ, ଅଙ୍ଗୁଲର ଦକ୍ଷିଣ ପାର୍ଶ୍ୱରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି, ରାତି ୧୧ଟା ୩୦ରୁ ନଭେମ୍ବର ୩ ତାରିଖ ଭୋର ୪ଟା ମଧ୍ୟରେ ବାତ୍ୟାଟି ସ୍ଥଳଭାଗ ଛୁଇଁବାର ଆକଳନ କରାଯାଇଛି । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୨୦ କିଲୋମିଟର ରହିପାରେ । ସ୍ଥଳଭାଗ ଅତିକ୍ରମ କରିବା ପରେ ବାତ୍ୟାଟି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି ।

​​​​​​​

ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା:

ତେବେ ଓଡ଼ିଶାରେ ବାତ୍ୟାର ପ୍ରଭାବ ସିଧାସଳଖ ପଡ଼ିବ ନାହିଁ । କିନ୍ତୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି । ସେହିଭଳି ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୭ ରୁ ୧୨ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ।

Also Read:- ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ଆତ୍ମସମର୍ପଣ କଲେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା

ନ୍ୟପଟେ, ନଭେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରଯାଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ବନ୍ଦରଗୁଡ଼ିକ ପାଇଁ ୩ ନମ୍ବର ସ୍ଥାନୀୟ ସତର୍କତା ସଙ୍କେତ (LC-3) ଜାରି କରାଯାଇଛି । ନଭେମ୍ବର ୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଯଥେଷ୍ଟ କମିଯିବ ଏବଂ କୌଣସି ପାଣିପାଗ ଚେତାବନୀ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି ।

​​​​​​​Watch Video: