ଭୁବନେଶ୍ବର ୧୪।୮: ଭୁବନେଶ୍ବରରେ ନୂଆ ଡିଜାଇନ୍ରେ ହେବ ମେଟ୍ରୋ ପ୍ରକଳ୍ପ । ପୁରୁଣା ପ୍ରକଳ୍ପ ବନ୍ଦ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ମେଟ୍ରୋ ପାଇଁ କେନ୍ଦ୍ରକୁ ବିଧିବଦ୍ଧ ପ୍ରସ୍ତାବ ଦିଆଯିବ । କେନ୍ଦ୍ର ସରକାରଙ୍କ ସହଯୋଗରେ ମେଟ୍ରୋ ପ୍ରକଳ୍ପ ହେବ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଟେକ୍ନିକାଲ କମିଟି ଗଠନ ହେବ । ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ । ନୂଆ ଟ୍ରାକ୍ ନେଇ କମିଟି ରିପୋର୍ଟ ଦେବ ।
ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀ ସ୍ତରୀୟ ସବ୍ କମିଟିର ଦ୍ଵିତୀୟ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ କମ୍ପ୍ରେହେନସିଭ୍ ମୋବିଲିଟି ପ୍ଲାନ୍ ତିଆରି ହୋଇଛି । କେଉଁ ଲାଇନରେ ଯିବ କେଉଁ ସ୍ଥାନରେ ପାର୍କିଂ ଅଞ୍ଚଳ ହେବ ଟେକ୍ନିକାଲ କମିଟି ସବିଶେଷ ରିପୋର୍ଟ ଦେବ । ଏଥିପାଇଁ ସାଧାରଣ ଲୋକଙ୍କ ମତାମତ ନିଆଯିବ । ପୁରୁଣା ପ୍ରକଳ୍ପ ଅନୁଯାୟୀ ରାସ୍ତାରେ ଟ୍ରାଫିକ୍ ଜାମ୍ ରହୁଛି । ଟେଷ୍ଟିଂ ବେଳେ କ’ଣ ଅବସ୍ଥା ହେଲା କେତେ ହଇରାଣ ହେବାକୁ ପଡିଲା । ମେଟ୍ରୋ କାମ ଚାଲିଥିଲେ ପୁରା ରାସ୍ତା ଠପ୍ ହୋଇଯାଇଥାନ୍ତା । ସେଥିପାଇଁ ନୂଆ ଟ୍ରାକ୍ ଯାହା ହେବ କମିଟି ରିପୋର୍ଟ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।
You Can Read:
ଗରଡ଼ମା ଗ୍ରାମରେ କଙ୍ଗାରୁ କୋର୍ଟ, ସ୍ୱାମୀଙ୍କୁ ଖୁଣ୍ଟରେ ବାନ୍ଧିଲେ ସ୍ତ୍ରୀ ଓ ସହଯୋଗୀ