କେନ୍ଦ୍ରାପଡା ବନ୍ୟାଞ୍ଚଳରେ ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ

Published By : Prameya-News7 Bureau | August 18, 2022 IST

କେନ୍ଦ୍ରାପଡା ୧୮।୮: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି l ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟାଳୟରେ ପହଞ୍ଚି ଡିଆରଡିଏ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ l ବନ୍ୟାଞ୍ଚଳରେ ପାନୀୟଜଳ ଯୋଗାଣ, ସ୍ୱାସ୍ଥ୍ୟ ସେବା ଏବଂ ରିଲିଫ୍ ପରିଚାଳନା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ l ବୈଠକ ପରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକର ବନ୍ଯା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ଜେନାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.