LIVE TV

କଟକ ଓ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ରଦ୍ଦ କରାଯାଇନି

NEWS7
metro

ଭୁବନେଶ୍ୱର ୨୩।୦୯ : କଟକ ଓ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ରଦ୍ଦ କରାଯାଇନି । ଭୁବନେଶ୍ୱରରେ ମେଟ୍ରୋ ରେଳପ୍ରକଳ୍ପ ଏବେ ପରୀକ୍ଷାଧୀନ ରହିଛି ।ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି

ସେ ଆହୁରି ମଧ୍ୟ କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ଏବେ ଏହି ପ୍ରକଳ୍ପ ରାଜ୍ୟ ସରକାରଙ୍କ ପାଇଲଟ ପ୍ରୋଜେକ୍ଟରେ ରହିଛି । ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ ମଧ୍ୟ କରାଯାଇଛି । କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ ସରକାର ଆଗାମୀ ଦିନରେ ଚୂଡ଼ାନ୍ତ ନିଷ୍ପତ୍ତି ନେବ । ଏବେ ଯାଏଁ ମୋଟ ୨୭୭.୩୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହି ଖର୍ଚ୍ଚରୁ ୨୦୨୪ ଜୁନ ୧୨ ପରେ ୨୫୨.୦୫ କୋଟି ପ୍ରଦାନ କରାଯାଇଛି।