oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ଦେଶରେ ଆରମ୍ଭ ହେବ 5G ମୋବାଇଲ ସେବା, ପ୍ରଗତି ମଇଦାନରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ ୭୯ଟି ଶୀତଳ ଭଣ୍ଡାର ଅଚଳ, ଛତୁ ଓ ଲେମ୍ୱୁ ଉତ୍ପାଦନରେ ଓଡ଼ିଶା ୧ ନମ୍ୱର

30/03/2022 at 1:30 PM

ଭୁବନେଶ୍ୱର ୩୦/୦୩ : ରାଜ୍ୟରେ ମୋଟ ୧୨୩ ଟି ଶୀତଳ ଭଣ୍ଡାର ଥିବା ବେଳେ ସେଥି ମଧ୍ୟରୁ ୭୯ଟି ଅଚଳ । ସଚଳ ଥିବା ଶୀତଳ ଭଣ୍ଡାର ମଧ୍ୟରୁ କୃଷି ବିଭାଗର ୪ ଶୀତଳ ଭଣ୍ଡାର ରହିଛି । ଯାହାର କ୍ଷମତା ୪ ହଜାର ମେଟ୍ରିକ ଟନ । ସମବାୟ ବିଭାଗ ଅଧୀନରେ ୧୮ଟି ଶୀତଳ ଭଣ୍ଡାର ରହିଛି । ଏଥିରୁ କେତେ ଅଚଳ ଓ କେତେ ସଚଳ ତାହାର ତଥ୍ୟ ମୋ ପାଖରେ ନାହିଁ ବୋଲି କହିଛନ୍ତି ଅରୁଣ ସାହୁ ।

ଏହା ସହ ଆହୁରି କହିଛନ୍ତି ଯେ ଯେହେତୁ ଶୀତଳ ଭଣ୍ଡାର ଗୁଡିକୁ ଶିଳ୍ପ ଭାବେ ଗଣା ଯାଉଛି ତାହାର ବିଦ୍ୟୁତ ଦର ୟୁନିଟ ପିଛା ୪ଟଙ୍କା ୩୦ ପଇସା ରହିଛି । ତେଣୁ ରାଜ୍ୟ ସରକାର ଓଇଆରସି କୁ ପ୍ରସ୍ତାଵ ଦେଇଛନ୍ତି ଶୀତଳ ଭଣ୍ଡାର ଗୁଡିକୁ କୃଷି ଭିତ୍ତିକ ଶିଳ୍ପରେ ପରିଣତ କରିବା ପାଇଁ । ଏହା ଦ୍ୱାରା ବିଦ୍ୟୁତ ଜନିତ ଖର୍ଚ୍ଚ କମିବ । ବର୍ତ୍ତମାନ ରାଜ୍ୟ ସରକାର ପ୍ରତି ବର୍ଷ ଶୀତଳ ଭଣ୍ଡାରରେ ଖର୍ଚ୍ଚ ହେଉଥିବା ବିଦ୍ୟୁତ ଦେୟ ଉପରେ ୫୦ପ୍ରତିଶତ ରିହାତି ଦେଉଛନ୍ତି ।

ଏହା ସହ ଛତୁ ଓ ଲେମ୍ବୁ ଉତ୍ପାଦନ ରେ ଓଡିଶା ୧ ନମ୍ବର ରାଜ୍ୟ ହୋଇଛି ଓ ବାଇଗଣରେ ଦୁଇ ନମ୍ବରରେ ରହିଛି । ସେହିପରି ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ଓଡିଶା ଚର୍ତୁଥ ସ୍ଥାନରେ ରହିଛି । ବିଦେଶ କୁ ୭୦୦ ମେଟ୍ରିକ ଟନ ଚାଉଳ ପଠା ଯାଉଥିବା ବେଳେ ଆଗକୁ ୧ ହଜାର ମେଟ୍ରିକ ଟନ ଚାଉଳ ପଠାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ବିଧାନସଭାର ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଉତ୍ତର ।

   Related Posts