NHAI ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସମୀକ୍ଷା, ଭାରତମାଳା ଯୋଜନାର ଅଗ୍ରଗତି ନେଇ ଆଲୋଚନା

Published By : Prameya-News7 Bureau | August 22, 2021 IST

ଭୁବନେଶ୍ୱର ୨୨।୦୮: ଏନଏଚ୍ ଓ ଏନଏଚଏଆଇ ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା । ରାଜ୍ୟରେ କ୍ରିୟାନ୍ୱୟନ ହେଉଥିବା ଜାତୀୟ ରାଜପଥ ପ୍ରକଳ୍ପ ଯଥା ଭାରତମାଳା ଯୋଜନାରେ କୋଷ୍ଟାଲ ହାଇଓ୍ୱେ ପ୍ରକଳ୍ପର ଅଗ୍ରଗତି, ଭୁବନେଶ୍ୱର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡ଼ର ଏବଂ ରାଜ୍ୟରେ ନିର୍ମାଣାଧୀନ ବିଭିନ୍ନ ରାଜପଥ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହାସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ଆଲୋଚନା କରିଛନ୍ତି ।

ତେବେ ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ପରିକଳ୍ପନାରେ ପୂର୍ବ ଭାରତର ଭିତ୍ତିଭୂମିର ବିକାଶ ହେବ ଏବଂ ପୂର୍ବ ଭାରତର ବିକାଶର କେନ୍ଦ୍ର ବିନ୍ଦୁରେ ଓଡ଼ିଶା ରହିବ । ଏହି ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ । ଏନେଇ ଏନଏଚ୍ ଓ ଏନଏଚଏଆଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ସମୀକ୍ଷା ବୈଠକରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ସମସ୍ତ ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.