ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା

Published By : Prameya-News7 Bureau | May 05, 2025 IST

ଭୁବନେଶ୍ୱର ୦୫।୦୫ : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ଆସନ୍ତା ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା । ଏଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । 

ସେହିପରି ଜୁନ୍‌ ସୁଦ୍ଧା ସୀମା ନିର୍ଦ୍ଧାରଣ ସାରିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୩୩ ବର୍ଷରେ ମୋଟ ୧ ହଜାର ରାଜସ୍ୱ ଗାଁ ପାଇଁ ଆବେଦନ ଆସିଛି । ବର୍ତ୍ତମାନ ସୁଦ୍ଧା ୩୦୦ ନୂଆ ରାଜସ୍ୱ ଗାଁର ଘୋଷଣା ସରିଛି । ବାକି ୭୦୦ ଗାଁ ଘୋଷଣା ପାଇଁ ନିୟମ କୋହଳ ହୋଇଛି । ମୋଡାଲିଟି ଅନୁସାରେ ଯେଉଁ ପଡା ଗାଁରେ ୨୫୦ ଲୋକ ଥିବେ । ତାହା ମୂଳ ଗାଁରୁ ୫୦୦ ମିଟର ଦୂରରେ ଥିବ । ତାକୁ ହିଁ ରାଜସ୍ୱ ଗାଁ ମାନ୍ୟତା ମିଳିବ । ନଗର ଉନ୍ନୟନ ବିଭାଗ ପାଖରେ ଅନେକ NAC ଓ ମୁନିସିପାଲିଟି ପାଇଁ ବି ପ୍ରସ୍ତାବ ରହିଛି । ହେଲେ ଥରେ ଜନଗଣନା ଆରମ୍ଭ ହୋଇଗଲେ, ଏ ସବୁ ପ୍ରସ୍ତାବ କାର୍ଯ୍ୟକାରୀ ହୋଇପାରିବନାହିଁ । ତେଣୁ ଜୁନ ୩୦ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.