ମନ୍ତ୍ରୀ ସୁଶାନ୍ତ ସିଂ କରୋନା ପଜିଟିଭ୍, ଟ୍ବିଟ୍ କରି ଦେଲେ ସୂଚନା

Published By : Prameya-News7 Bureau | August 17, 2020 IST

ଭୁବନେଶ୍ବର ୧୭।୮: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା । ସେ କରୋନା ପଜିଟିଭ୍ ଥିବା ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଅବସ୍ଥା ଏବେ ସ୍ଥିର ଥିବା ସେ ଟ୍ବିଟ୍ ରେ ଉଲ୍ଲେଖ କରିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି । ଏହାସହ ସମସ୍ତେ କରୋନା ଟେଷ୍ଟ କରାଇବା ପାଇଁ ମଧ୍ୟ ଟ୍ବିଟ୍ ରେ ସେ କହିଛନ୍ତି ।

ପୂର୍ବରୁ ବରଗଡ ସାଂସଦ ସୁରେଶ ପୂଜାରୀ କରୋନା ସଂକ୍ରମିତ ହୋଇଥିଲେ । କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ସାଂସଦ ସୁରେଶ ପୂଜାରୀ ନିଜେ ଟ୍ବିଟ୍ କରି ସୂଚନା ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.