ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ

Published By : Prameya-News7 Bureau | December 04, 2020 IST

ଜି.ଉଦୟଗିରି ୪।୧୨: କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ରାଇପଲି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ନାବାଳିକା ଝିଅଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ପୀଡିତା ନାବାଳିକାଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ସଂପୃକ୍ତ ବ୍ୟକ୍ତି ଜଣଙ୍କ ଗାଁରେ ଏକ ଦୋକାନ କରିଛନ୍ତି । ବୁଧବାର ସକାଳେ ବ୍ୟକ୍ତି ଜଣଙ୍କ ୭ ବର୍ଷର ନାବାଳିକାଙ୍କୁ ଦୋକାନକୁ ଡାକି ଚକୋଲେଟ୍ ଦେବା ବାହାନାରେ ଡ୍ରେସ୍ ଖୋଲି ଦେଇଥିଲେ ।

ଏହାପରେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ଝିଅଟି କାନ୍ଦି କାନ୍ଦି ପରିବାର ଲୋକଙ୍କୁ କହିବା ପରେ ପରିବାର ଲୋକେ ଜି.ଉଦୟଗିରି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ଅଭିଯୁକ୍ତ ବିଜୟକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.