ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଘରେ କେହି ନଥିବା ବେଳେ ଝୁଲୁଥିଲା ନାବାଳିକାଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ

4/10/2021 at 1:11 PM

ଭୁବନେଶ୍ବର ୪।୧୦: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ମୈତ୍ରୀ ବିହାର ଅଞ୍ଚଳରେ ଥିବା ଲକ୍ଷ୍ମୀପୁର ସାନ୍ତାଳ ବସ୍ତିରେ ଅଭାବନୀୟ ଘଟଣା। ଘରେ କେହି ନଥିବା ବେଳେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ମୈତ୍ରୀ ବିହାର ଫାଣ୍ଡି ପୋଲିସ । 

ସୂଚନାଯୋଗ୍ୟ ଯେ, ରବିବାର ସକାଳୁ ବାପା-ମା’ ଦୁଇ ଜଣ କାମକୁ ଯାଇଥିଲେ । ତେବେ ସନ୍ଧ୍ୟା ବେଳେ ଘରକୁ ଫେରିବା ସମୟରେ ଅଜବେଷ୍ଟରେ ଲାଗିଥିବା ଲୁହା ପାଇପରେ ଝିଅକୁ ଝୁଲୁଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଚନ୍ଦ୍ରଶେଖରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ତେବେ ଘରର ମୁଖ୍ୟ କବାଟ ଖୋଲାଥିବା ବେଳେ ଏହା ଆତ୍ମହତ୍ୟା କି ହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ସେପଟେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts