Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଥାନା ସମ୍ମୁଖରୁ ଲୁଟ୍, ବାଇକ୍‌ରୁ ୩ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ୍ ଝାମ୍ପିନେଲେ ଦୁର୍ବୃତ୍ତ

15/03/2023 at 4:59 PM

ଘଟଗାଁ ୧୫।୩: ଥାନା ସମ୍ମୁଖରୁ ଟଙ୍କା ଲୁଟ୍ । ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଟଙ୍କା ଲୁଟିନେଇଛନ୍ତି ଲୁଟେରା । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସମ୍ମୁଖରୁ ଲୁଟ୍ ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସମ୍ମୁଖରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ୩ ଲକ୍ଷ ଟଙ୍କା ଲୁଟ୍ ହୋଇଛି । ଅବସରପ୍ରାପ୍ତ ଶିକ୍ଷକ ଗୋପବନ୍ଧୁ ବେଜ ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରିବା ବେଳେ ରାସ୍ତା କଡରେ ବାଇକ୍‌ରେ ଟଙ୍କା ବ୍ୟାଗ ଝୁଲାଇ ପରିସ୍ରା କରିବାକୁ ଯାଇଥିଲେ । ସେହି ସମୟରେ ଟଙ୍କା ବ୍ୟାଗ୍‌ଟିକୁ ଦୁର୍ବୃତ୍ତମାନେ ଝାମ୍ପିନେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts